ଓଡିଶା

ରସୁଲପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୧୦।୦୮।୨୦୨୬ ରିଖ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ରସୁଲପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୭୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୨ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୨୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୨୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର, ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଯୁଧିଷ୍ଠିର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ଯାଜପୁର ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ-ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ନଗେନ୍ଦ୍ରନାଥ ମହାପାତ୍ର, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରକୋଷ୍ଠ, ଶ୍ରୀ ସାରସ୍ୱତ ସାହୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ରସୁଲପୁର, ଶ୍ରୀ ସତ୍ୟାନନ୍ଦ ଦାସ, ତହସିଲଦାର, ରସୁଲପୁର, ଶ୍ରୀ ସିଦ୍ଧାର୍ଥ କୁମାର ବେହେରା ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ରସୁଲପୁର ବ୍ଲକ୍ ବାହାଡେଲାପୁର ପଞ୍ଚାୟତର ଶ୍ରୀ ଅର୍ଜୁନ ଚରଣ ପଣ୍ଡାଙ୍କୁ ଜିଲ୍ଲାପାଳ ଏବଂ ସମସ୍ତ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଏକ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button