ଓଡିଶା

ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ

ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖପ୍ରକାଶ

୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା

 

ଭୁବନେଶ୍ୱର ,୧୯ ସେପ୍ଟେମ୍ବର ୨୦୨୬ ମଧ୍ୟପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେମିକନ ୨୦୨୬ରେ ଯୋଗ ଦେଇ ଆଜି ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନବନ୍ଦର ଠାରେ ଗଣମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

 

ଏହାସହିତ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସରକାରଙ୍କ ଅଧିକାରୀମାନେ ମଧ୍ୟପ୍ରଦେଶ ଅଧିକାରୀମାନଙ୍କ ସହିତ ଯୋଗାଯୋଗରେ ଅଛନ୍ତି ଏବଂ ମୃତ ପର୍ଯ୍ୟଟକଙ୍କ ମରଶରୀରକୁ ଆଣିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button