ଓଡିଶା

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକରେ  ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ୦୫/୧୦/ :- ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମାନ୍ୟବର ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂହ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ବିଷୟରେ ଧୈର୍ଯ୍ୟର ସହିତ ଶୁଣିଥିଲେ। ଉକ୍ତ ଶିବିରରେ ସର୍ବମୋଟ ୫୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଏବଂ ୧୧ଟି ସାମୂହିକ ଦରଖାସ୍ତ ଥିଲା। ଏଥିମଧ୍ୟରୁ ୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ସେଥିମଧ୍ୟରୁ ଗୋଟିଏ ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ ସମ୍ବନ୍ଧୀୟ ଥିଲା। ଅବଶିଷ୍ଟ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ, ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button