ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୩ଟି ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, ୧୦/୦୮/: ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୧ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା। ୧୨ଟି ଦରଖାସ୍ତର ତୁରନ୍ତ ସମାଧାନ ହୋଇଛି।
ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ବିନିକା ତହସିଲଦାର ରସନା ଭୋଇ, ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ବାଗ, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ।



