ଓଡିଶା
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ

ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ସମେତ ୬ଟି ରାଜ୍ୟରେ ରାଜ୍ୟପାଳଙ୍କ ନିଯୁକ୍ତି ଓ ଅଦଳବଦଳକୁ ଅନୁମୋଦନ କରିଛନ୍ତି। ଓମ୍ ପ୍ରକାଶ ମାଥୁରଙ୍କୁ କେରଳ, ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡୁ, ଡ. ସୁଧା ଯାଦବଙ୍କୁ କର୍ଣ୍ଣାଟକ, ଡ. ଢାଲ ସିଂହ ବିସେନଙ୍କୁ ଉତ୍ତରାଖଣ୍ଡ ଏବଂ ଦୁଷ୍ୟନ୍ତ ଗୌତମଙ୍କୁ ସିକ୍କିମର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ନୂତନ ରାଜ୍ୟପାଳମାନେ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।



