ଓଡିଶା

ଯାଜପୁରର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଅଭିନାଶ ସାଗରଙ୍କ ଯୋଗଦାନ

ଯାଜପୁର, ତା. ୨୨.୧୦.୨୦୨୬: ଶ୍ରୀ ଅଭିନାଶ ସାଗର ଆଜି ଯାଜପୁର ଜିଲ୍ଲାର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (SDIPRO) ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଯାଜପୁରଠାରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶାଳୟରେ ସୂଚନା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଯାଜପୁର ଜିଲ୍ଲାରେ ପୂର୍ବରୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଥିବା ଶ୍ରୀ ସତ୍ୟବ୍ରତ ପାଣିଗ୍ରାହୀ ଗତ ଜୁନ୍ ମାସରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ସୂଚନା ଅଧିକାରୀ ଭାବେ ବଦଳି ହୋଇଥିଲେ।

ଶ୍ରୀ ସାଗର ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକଙ୍କୁ ସାକ୍ଷାତ କରି ନିଜର ଯୋଗଦାନ ପତ୍ର ପ୍ରଦାନ କରିଥିଲେ।

ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଶ୍ରୀ ସାଗରଙ୍କୁ ସ୍ୱାଗତ ଜଣାଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button