ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ୨୮ ରେ କନ୍ଧମାଳ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

କନ୍ଧମାଳ , ତା, ୨୭/୧୦ : (ସଞ୍ଜୟ କୁମାର ପାଣିଗ୍ରାହୀ): ସମ୍ଭାବ୍ୟ ପ୍ରବଳ ବର୍ଷା ଓ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨୮ ତାରିଖ ବୁଧବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୭ ଅକ୍ଟୋବର ୨୦୨୬ରେ ଜାରି ଆଦେଶ ନଂ. ୧୧୭୮/ଏମ୍ଜି ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି। ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିବ। ଏଥିସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ମଧ୍ୟ ଛୁଟି ଘୋଷଣା କରାଯାଇଛି। ତେବେ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିଲେ ମଧ୍ୟ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ନାହିଁ। ସେମାନେ ନିଜ ନିଜ ବିଦ୍ୟାଳୟ ରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବେ ବୋଲି ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି। ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି।


