ଓଡିଶା

ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର ( ଦେବାଶିଷ ଦାଶ )ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ପରଲୋକ। ନୂଆଦିଲ୍ଲୀ ଏମ୍ସ ନ୍ୟୁରୋ ସର୍ଜରୀ ବିଭାଗରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ। ରାତି ୯ଟା ୧୫ ମିନିଟ୍‌ରେ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ। ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ ଡାକ୍ତର ପ୍ରଫେସର ଅଶୋକ ମହାପାତ୍ର। ୨୦୨୪ରେ ସମ୍ମାନଜନକ ‘ପଦ୍ମଶ୍ରୀ’ ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଦେଶର ପ୍ରଖ୍ୟାତ ସ୍ନାୟୁ ଶଲ୍ୟ ଚିକିତ୍ସକ ଡାକ୍ତର ଅଶୋକ ମହାପାତ୍ର। ଏମ୍‌ସ୍‌, ନୂଆଦିଲ୍ଲୀର ସ୍ନାୟୁବିଜ୍ଞାନ କେନ୍ଦ୍ରର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ। ୨୦୧୨ରୁ ୨୦୧୬ ପର୍ଯ୍ୟନ୍ତ ଭୁବନେଶ୍ବର ଏମ୍ସର ନିର୍ଦ୍ଦେଶକ ଥିଲେ। ୨୦୧୭ରେ ଯୋଡ଼ା ମୁଣ୍ଡ ଶିଶୁଙ୍କ ଅସ୍ତ୍ରୋପଚାର କରି ଚର୍ଚ୍ଚାକୁ ଆସିଥିଲେ। ଜଣେ ଶିଶୁ ସ୍ନାୟୁଶଲ୍ୟ ବିଶେଷଜ୍ଞ ଭାବେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ ପ୍ରଫେସର ଡାକ୍ତର ମହାପାତ୍ର। ତାଙ୍କ ପରଲୋକରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

Related Articles

Leave a Reply

Your email address will not be published. Required fields are marked *

Back to top button